ଅପରାଧରାଜ୍ୟ

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ଆଜି ମୁଖ୍ୟ ଅଭିଯୁକ୍ତ ବିବନର ଟିଆଇ ପରେଡ

ସତ୍ୟଶିଖା (ଭୁବନେଶ୍ୱର )୦୩.୦୩.୨୦୨୧: ଆଜି ହେବ ବିବନର ଟିଆଇ ପରେଡ । ୧୯୯୯ ମସିହା ବହୁ ଚର୍ଚ୍ଚିତ ବାରଙ୍ଗ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ୪ ଓ ୫ ତାରିଖ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ ଟିମ୍ । ତା ପୂର୍ବରୁ ବିବନର ଟିଆଇ ପରେଡ କରାଯିବ । ଭୁବନେଶ୍ୱର ଜେଏମଏଫସିଙ୍କ ଉପସ୍ଥିତରେ ଝାରପଡା ଜେଲ୍ ଭିତରେ ଟିଆଇ ପରେଡ ହେବ । ଏହି ସମୟରେ ପୀଡ଼ିତା ଉପସ୍ଥିତ ରହିବେ ।

ବିବନକୁ ୫ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ୱର ସ୍ୱତନ୍ତ୍ର ସିଜେଏମଙ୍କ ନିକଟରେ ଆବେଦନ କରିଥିଲା ସିବିଆଇ ଟିମ୍ । ହେଲେ ୨ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ସ୍ପେଶାଲ ସିଜେଏମ ସିବିଆଇ କୋର୍ଟ । ଦୁଇ ଦିନିଆ ରିମାଣ୍ଡ ସମୟରେ ବାରଙ୍ଗର ସେହି ଘଟଣାସ୍ଥଳକୁ ବିବନକୁ ନେଇପାରେ ସିବିଆଇ ।

କମିସନରେଟ୍ ପୋଲିସର ସ୍ୱତନ୍ତ୍ର ଟିମ୍ ଅପରେସନ ‘ସାଇଲେଣ୍ଟ ଭାଇପର’ ଜରିଆରେ ପୁନେରୁ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଥିଲା । ଏହାପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଛି ବିବନ । ୧୯୯୯ ମସିହା ଜାନୁଆରୀ ୯ ତାରିଖରେ ଘଟିଥିଲା ଏହି ଘଟଣା । ୨୨ ବର୍ଷ ଭିତରେ ମାମଲାରେ ଗିରଫ ଅନ୍ୟ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି ।

Show More
Back to top button