ଜୀବନମନ୍ତ୍ରରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱର) ୧୧/୧୧/୨୦୨୦ : ରାଜ୍ୟରେ କମୁନାହିଁ କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୨୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।୧୫ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ଖୋର୍ଦ୍ଧା, ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୫୦୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୧୧୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୭୭୧୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button