ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱର) ୨୦/୧୧/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରି ୪ ଜଣ, କଟକ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୨୫୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୦୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୨୭୯୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୦୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୪୭୧୧୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button