ସତ୍ୟଶିଖା (ଭୁବନେଶ୍ୱର) ୯/୧୧/୨୦୨୦ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୨୧୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ, ବୌଦ୍ଧ, କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୭୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୧୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୮୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୯୮୪୫୫୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।