ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ପେଶାଲ୍ ରିପୋର୍ଟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱର)୧୩/୧୦/୨୦୨୦ : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୬୯୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୬୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୦୧୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୫୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୮୩୬୮୨୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button