

ସତ୍ୟଶିଖା (ଭୁବନେଶ୍ୱର) ୨୧/୧୧/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କଟକ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ, ଜଗତସିଂହପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୩୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୭୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୩୮୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୧୮୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।