ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା(ଭୁବନେଶ୍ୱର ) ୦୩.୦୨.୨୦୨୨ : ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାର ୩ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ବାଲେଶ୍ବର, ଦେବଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତକ ଅଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୬୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Exit mobile version