

ସତ୍ୟଶିଖା( ଭୁବନେଶ୍ୱର )୧୬.୦୨.୨୦୨୨ : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରି ଭିତରେ ମୃତ୍ୟୁ ସଂଖ୍ୟା ବି ସାମାନ୍ୟ ହ୍ରାସ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୫୨ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ ।
ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ମୃତକ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୫ ଜଣ, ନୂଆପଡାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାସହିତ କେନ୍ଦ୍ରାପଡା, କେନ୍ଦୁଝର, ନୟାଗଡ, ସୋନପୁର ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ୍ ୧୨୭୯୮୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୪୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୧୪୬୭ଜଣ ସୁସ୍ଥ ହୋଇଛନ୍ତି ।