ସତ୍ୟଶିଖା(ଭୁବନେଶ୍ୱର )୧୦.୦୨.୨୦୨୨ : ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଧୀରେ ଧୀରେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି । ଏଥି ସହ ଖୋର୍ଦ୍ଧା, ଭଦ୍ରକ ଓ ଗଞ୍ଜାମରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସେହିପରି ସମ୍ବଲପୁର, ବାଲେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮ହଜାର ୮୧୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୫ଶହ ତଳକୁ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ, ଆଜିର ମାମଲା ରହିଛି ୧ହଜାର ୪୮୦ ।
ରାଜ୍ୟରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
