Uncategorizedସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ….

ସତ୍ୟଶିଖା : ଭୁବନେଶ୍ବର ୨୮।୬: ରାଜ୍ୟରେ ଆଉ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୬୪ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୮ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ୧୮ ଜଣ, ନୂଆପଡା ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ଅନୁଗୋଳ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୭୬ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ ଜଣ ରହିଛନ୍ତି ।

Show More
Back to top button