ଦେଶରେ ଆଉ ୩,୬୯୭ ପଜିଟିଭ୍ ଚିହ୍ନଟ, ୨୬ମୃତ

ସତ୍ୟଶିଖା( ନୂଆଦିଲ୍ଲୀ )୦୪.୦୬. ୨୦୨୨ : ଦେଶରେ ପୁଣି ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ଟପିଛି । ଦେଶରେ ମୋଟ୍‌ ୨୨,୪୧୬ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୩ହଜାର ୯୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୨ହଜାର ୬୯୭ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ଯୋଗୁ ଆଉ ୨୪ଜଣଙ୍କ ମୃତ୍ୟୁ ହୋଇଛି । ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୬୭୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୨୫,୪୫୪ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୩.୯୬ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Exit mobile version