ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୪୫ ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୨୦.୦୩.୨୦୨୨ :ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, କଟକରୁ ୨ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୧, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧାରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧ ଜଣ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ରୁ ୧ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୧୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୩୫୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More
Back to top button