ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୧୧/୦୧/୨୦୨୧ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲ୍ଲାର ୪୮ ବର୍ଷ ବୟସ୍କ ପୁରୁଷ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୧୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୦୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୨୦୧୭୩୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version