ନ୍ୟୁଜ୍ରାଜ୍ୟ

ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍

ସତ୍ୟଶିଖା (ଭୁବନେଶ୍ୱର) ୧୯/୦୧/୨୦୨୧ : ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍ । ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଚିଠି ଆସିଛି । ଚିଠି ଆସିଥିବା ନେଇ  ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ତା’ସହିତ ସେ ଖୁସି ପ୍ରକଟ କରିଛନ୍ତି । ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଲେଖିଛନ୍ତି ଯେ ତାଙ୍କ ନିର୍ବାଚନ ମଣ୍ଡଳୀରେ ଦୀର୍ଘ ଦିନରୁ ହୋଇଆସୁଥିବା ଦାବି ପୂରଣ ହୋଇଛି । ସହିଦ ନଗର ଓ ସତ୍‌ସଙ୍ଗ ବିହାର ମଧ୍ୟରେ ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ହେବ ।

ସତ୍‌ସଙ୍ଗ ବିହାରର ଶ୍ୟାମା ପ୍ରସାଦ ମୂଖାର୍ଜୀ ପାର୍କ ନିକଟରେ ଏହି ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ହେବ । ଏହାର ଲମ୍ବ ୧୩୦୦ ମିଟର ହେବ । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୧କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଛି । ଏହା ସହିତ ଭୁବନେଶ୍ୱର ସ୍ଥିତ ଏନ୍‌ଏଚ୍ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି ଫୁଟ୍ ଓଭର ବ୍ରିଜ୍‌ର ସବିଶେଷ ବ୍ୟୟ ଅଟକଳ ସହିତ ଡିଜାଇନ୍‌ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Show More
Back to top button