ସତ୍ୟଶିଖା (ଭୁବନେଶ୍ୱର) ୦୧/୧୦/୨୦୨୦: ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏହା ଓଡିଶା ଉପକୂଳମୁହାଁ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା l
