ସତ୍ୟଶିଖା( ଭୁବନେଶ୍ୱର )୦୨.୦୯ . ୨୦୨୨: ଆସନ୍ତା ୫ ତାରିଖ ପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୋନପୁର।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ନେଇ ୧୦ଟି ଜିଲ୍ଲା- କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
