ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୦୩/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୦୦୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୩୩୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୧୯୮୫୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button