ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା ।

ସତ୍ୟଶିଖା ୧୭/୦୭/୨୦୨୫: ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ଦାବିରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା, ଆମ୍ୱୁଲାନ୍ସ, ରୋଗୀଙ୍କ ଚିକିତ୍ସା ଆଦି ବାଦ ଦିଆଯିବ ବୋଲି ବନ୍ଦ ଡାକରା ଦେଇଥିବା ଦଳ ସ୍ପଷ୍ଟ କରିଛନ୍ତି । ଦିନିକିଆ ବନ୍ଦକୁ ସଫଳ କରିବା ପାଇଁ ରାଜ୍ୟର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ ।

Exit mobile version