ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

୨ ଶହ ତଳେ ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ

ସତ୍ୟଶିଖା(ଭୁବନେଶ୍ୱର )୧୯.୦୯ . ୨୦୨୨: କିଛି ଦିନର ବ୍ୟବଧାନରେ ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ତଳକୁ ଖସିଛି। ଗତକାଲି ୨୦୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ୧୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୬, ଭଦ୍ରକରୁ ୧, ବଲାଙ୍ଗୀରରୁ ୨ ଜଣ, କଟକରୁ ୬ ଜଣ, ଦେବଗଡ଼ରୁ ୩, ଗଜପତିରୁ ୨, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୨୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୨ ଜଣ, ନବରଙ୍ଗପୁରରୁ ୪, ନୟାଗଡ଼ ଜିଲ୍ଲାରୁ ୭ ଜଣ, ନୂଆପଡ଼ାରୁ ୩, ପୁରୀରୁ ୯ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୯ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Show More
Back to top button