ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ


ସତ୍ୟଶିଖା (ଭୁବନେଶ୍ୱର) ୩୧/୧୦/୨୦୨୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୦୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୯୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୩୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୫୫୫୮୧୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।