ସତ୍ୟଶିଖା (ମୁମ୍ବାଇ) ୦୭.୧୦.୨୦୨୦ : ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ଜାମିନ । ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ମାମଲାରେ ପ୍ରାୟ ଏକ ମାସ ଜେଲରେ ରହିବା ପରେ ରିୟାଙ୍କୁ ଜାମିନ୍ ମିଳିଛି । ବମ୍ବେ ହାଇକୋର୍ଟ ରିୟାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ସେପଟେ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ଜାମିନ୍ ଖାରଜ ହୋଇଯାଇଛି । ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀ ପ୍ରାୟ ଏକ ମାସ ଜେଲରେ ରହିଥିଲେ । ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ରେ ଉଭୟଙ୍କୁ ଗିରଫ କରି ଜେଲ୍ ପଠାଇ ଦିଆଯାଇଥିଲା ।
ବଲିଉଡ୍ ଡ୍ରଗ୍ସ ଲିଙ୍କ୍ ମାମଲା : ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିଲା ଜାମିନ, ସୌଭିକ୍ଙ୍କ ଜାମିନ ଖାରଜ l
