

(ସତ୍ୟଶିଖା) ନୂଆଦିଲ୍ଲୀ, ୧୪।୦୭ । ୨୦୨୦ : ବୁଧବାର ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀଓ୍ୱାଲ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ମଙ୍ଗଳବାର ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । କରୋନା ଭାଇରସ ପାଇଁ ରେଜଲ୍ଟ ପ୍ରକାଶରେ ସାମାନ୍ୟ ବିଳମ୍ବ ହୋଇଥିଲା । ୨୦୨୦ ଶିକ୍ଷା ବର୍ଷରେ ଦିଲ୍ଲୀ ଏନ୍ସିଆର୍ ଅଞ୍ଚଳରେ ୯୪.୩୯ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।ଦେଶରେ ୮୮.୭୮ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।
ଦ୍ୱାଦଶ ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ବେଶ୍ ଭଲ ପ୍ରଦର୍ଶନ କରିଛନ୍ତି । ଚଳିତ ବର୍ଷ କୌଣସି ଟପରଙ୍କ ନାମ ଘୋଷଣା କରାଯାଇ ନାହିଁ ।କେନ୍ଦ୍ରମାନବ ସମ୍ବଳ ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲ କୃତକାର୍ଯ୍ୟ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।