

ସତ୍ୟଶିଖା ୧୬/୦୧/୨୦୨୧ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ବିଡ଼ିଓ ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ନିଲମ୍ବିତ । ବିଡିଓଙ୍କୁ ପଞ୍ଚାୟତିରାଜ ବିଭାଗ ନିଲମ୍ବନ କରିଛି । ସୂଚନାଯୋଗ୍ୟ ଯେ, ଝରିଗାଁ ବ୍ଲକରେ ଶୌଚାଳୟ ନିର୍ମାଣରେ ବ୍ୟାପକ ଦୁର୍ନୀତି ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ନବରଙ୍ଗପୁର ଜିଲ୍ଲାପାଳ ଡଃ. ଅଜିତ କୁମାର ମିଶ୍ର ତଦନ୍ତ ପାଇଁ ନିର୍ଦ୍ଦେଶ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ନବରଙ୍ଗପୁର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ରମାକାନ୍ତ ନାୟକ ଘଟଣାର ତଦନ୍ତ କରିଥିଲେ । ତଦନ୍ତ ରିପୋର୍ଟକୁ ତର୍ଜମା କରିବା ପରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ବିଡ଼ିଓଙ୍କୁ ନିଲମ୍ବନ କରିଛନ୍ତି ।