ସତ୍ୟଶିଖା (ଭୁବନେଶ୍ୱର) ୦୯/୦୧/୨୦୨୧ : ଭୁବନେଶ୍ୱରରେ ଆରମ୍ଭ ହେବା ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ । ଆଜି ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡିଓ କନଫରେନ୍ସିଂ ମାଧ୍ୟରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିବା ବେଳେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଏକାମ୍ର କ୍ଷେତ୍ରରେ ଐତିହ୍ୟ ସଂପନ୍ନ ବିନ୍ଦୁସାଗର ସଫେଇ ପାଇଁ ଆଗରୁ ବହୁ ଯୋଜନା ହୋଇଛି । ବର୍ତମାନ ଏକାମ୍ର ଯୋଜନା ପ୍ରକଳ୍ପରେ ଶ୍ରୀଲିଙ୍ଗରାଜ ମନ୍ଦିରର ବିଭିନ୍ନ ଉନ୍ନତିକରଣ କାମ ହାତକୁ ନିଆଯାଇଛି । ଏହି କ୍ରମରେ ଶୁଭାରମ୍ଭ ହୋଇଛି ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ ।
ତେବେ ଶୁଭାରମ୍ଭ ବେଳେ ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । ବିନ୍ଦୁସାଗରର ସ୍ୱଚ୍ଛତା ଆମ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବିନ୍ଦୁ ସାଗର ମୋ ପାଇଁ ସବୁବେଳେ ବଡ ଆକର୍ଷଣ ହୋଇ ରହିଥି । ତେଣୁ ତାର ସ୍ୱଚ୍ଛତା ଆମର ନୈତିକ ଦାୟିତ୍ୱ ବୋଲି ନବୀନ କହିଛନ୍ତି । ଏହି ଅବସରରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ, ଏକାମ୍ର ବିଧାୟକ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ ।