ନ୍ୟୁଜ୍ରାଜନୀତିରାଜ୍ୟ

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଆରମ୍ଭ, ନଭେମ୍ବର ୬ରେ ସର୍ବଦଳୀୟ ବୈଠକ

ସତ୍ୟଶିଖା(ଭୁବନେଶ୍ୱର )୨୮.୧୦ .୨୦୨୧: ରାଜ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ଏହି ନିର୍ବାଚନ ନିମନ୍ତେ ଆସନ୍ତା ନଭେମ୍ବର ୬ ତାରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବାକୁ ଥିବା ଏକ ସର୍ବଦଳୀୟ ବୈଠକ ନିମନ୍ତେ ନିର୍ବାଚନ ଆୟୋଗଙ୍କ ସଚିବ ସମସ୍ତ ରାଜନୈତିକ ଦଳମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି ।ବର୍ତ୍ତମାନ ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମାନୁସାରେ କାର୍ଯ୍ୟକାଳ ୫ ବର୍ଷ ଶେଷ ହେବା ପୂର୍ବରୁ ସାଧାରଣ ନିର୍ବାଚନ ହେବା ଆବଶ୍ୟକ । ସଠିକ୍‌ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକି ବିଚାରବିମର୍ଶ କରିବା ପାଇଁ ସ୍ଥିର କରିଛନ୍ତି । ସର୍ବଦଳୀୟ ବୈଠକରେ ସଂପୃକ୍ତ ରାଜନୈତିକ ଦଳଙ୍କର ସଭାପତି/ସଂପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ବୈଠକରେ ଯୋଗଦେଇପାରିବେ । କୋଭିଡ୍‌-୧୯ କଟକଣା ଦୃଷ୍ଟିରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ଦୁଇଜଣ ପ୍ରତିନିଧି ବୈଠକରେ ଯୋଗଦେବା ପାଇଁ ନିର୍ବାଚନ ଆୟୋଗଙ୍କ ସଚିବ ଅନୁରୋଧ କରିଛନ୍ତି ।

Show More
Back to top button