

ସତ୍ୟଶିଖା : ୧୨/୦୨/୨୦୨୫ :ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ। ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ।
ପୁଅ ଜନ୍ମ କ୍ଷେତ୍ରରେ ମିଳିବ ୧୦ ହଜାର ଟଙ୍କା। ଝିଅ ଜନ୍ମ ହେଲେ ମିଳିବ ୧୨ ହଜାର ଟଙ୍କା। ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନାକୁ ମିଳିତ ଭାବେ କାର୍ଯ୍ୟକାରୀ କରାଯିବା ସହ ପ୍ରସୂତିଙ୍କୁ ଏଭଳି ପ୍ରୋତ୍ସାହନ ରାଶି ମିଳିବ। ଗତକାଲି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ। ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ। ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ। ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ।