ନିଯୁକ୍ତିଶିକ୍ଷା

ସ୍କିମାଟିକ ପ୍ରାଥମିକ ଶିକ୍ଷକ ମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ।

ସତ୍ୟଶିଖା ୨୨/୦୮/୨୦୨୫: ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଆରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡର ଆବଶ୍ୟକତା ରହିଛି ବୋଲି ବୈଠକରେ ମତ ପ୍ରକାଶ ପାଇଛି । ପ୍ରାଥମିକ ଶିକ୍ଷା ପାଇଁ BSE, CHSE ବଦଳରେ ରାଜ୍ୟରେ ରହିବ ଗୋଟିଏ ବୋର୍ଡ ।

ରାଜ୍ୟର ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ହୋଇଛି ।ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଦିଆଯିବ । ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାର ଆବଶ୍ୟକତା ସହିତ ସ୍ୱାସ୍ଥ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ । ସେଥିପାଇଁ ହଷ୍ଟେଲରେ ରହୁଥିବା ପିଲାମାନଙ୍କ ଲାଗି ANM ନିଯୁକ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ସେହିପରି ନୂତନ ବେସରକାରୀ ବିଦ୍ୟାଳୟ ଅନୁମୋଦନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାବେ ଅନଲାଇନ୍ ପ୍ରକ୍ରିୟାରେ ହେବ । ଏହା ସହ ଆଦିବାସୀ ପିଲାମାନ ମାତୃଭାଷାରେ ଶିକ୍ଷା ଦେବା ଉପରେ ଗୁରୁତ୍ୱାରୋପ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Show More
Back to top button