ଦେଶ

ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି ।

ସତ୍ୟଶିଖା ୧୨.୦୮.୨୦୨୦ :  ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି । ଏବେ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି ।

ସୂଚନାନୁଯାୟୀ, ପୁଲୱାମା ଜିଲ୍ଲାର କମରାଜିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା । ଏହି ସୂଚନା ମିଳିବା ପରେ ସୁରକ୍ଷାବାହିନୀ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ତଲାଶ ଅଭିଯାନ କରାଯାଇଥିଲା । ଏହି ସମୟରେ ଆତଙ୍କବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିଚାଳନା କରାଯାଇଛି । ଫଳରେ ସେନା ଏହାର ପ୍ରତି ଜବାବ ଦେଇଛି । ଏହି ଜବାବୀ କାର୍ଯ୍ୟାନୁଷ୍ଠାନରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି । ଘଟଣାସ୍ଥଳରୁ ଏକ ଏକେ-47 ରାଇଫଲ, ଗ୍ରେନେଡ ସହ ଅନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି ।

Show More
Back to top button