ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଖୋର୍ଦ୍ଧା, ନୟାଗଡ଼, କଟକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ। ସେହିପରି ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ। ଏସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ନଯିବାକୁ ପରାମର୍ଶ ଦିଆଯାଇଛି।