ନ୍ୟୁଜ୍
ରାଜ୍ୟରେ ୭ ଜଣଙ୍କ ଜୀବନ ନେଲା କରୋନା l


ସତ୍ୟଶିଖା ( ଭୁବନେଶ୍ୱର ) ୨୭.୦୮.୨୦୨୦ : ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ହୋଇଛି । ଆଜି ୭ ଜଣ ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨ ଜଣ, ଭଦ୍ରକ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।