ରାଜ୍ୟରେ ୭ ଜଣଙ୍କ ଜୀବନ ନେଲା କରୋନା l

ସତ୍ୟଶିଖା (ଭୁବନେଶ୍ବର) ୫ .୦୯.୨୦୨୦: ରାଜ୍ୟରେ ଦିନକୁ ଦିନ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ସେହିପରି ଆଜି  ରାଜ୍ୟରେ  3ହଜାର 543 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 2161ଜଣ ଚିହ୍ନଟ ହୋଇଥିବାବେଳେ 1382ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 1 ଲକ୍ଷ 20ହଜାର221 ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 29 ହଜାର 299ଜଣ । ସେହିପରି ସୁସ୍ଥ ହୋଇଛନ୍ତି 90 ହଜାର 331ଜଣ ।

Exit mobile version