

ସତ୍ୟଶିଖା(ଭୁବନେଶ୍ୱର) ୧୫.୦୪.୨୦୨୧: ରାଜ୍ୟରେ ତିନି ହଜାର ପାଖାପାଖି ହୋଇଛି ଦୈନିକ କରୋନା ସଂକ୍ରମଣ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୩ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୨୫୬ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮, କଳାହାଣ୍ଡିରୁ ୨୬୦, କଟକରୁ ୨୦୮, ନୂଆପଡ଼ାରୁ ୧୫୧, ସମ୍ବଲପୁରରୁ ୧୪୮, ବରଗଡ଼ରୁ ୧୨୬, ପୁରୀରୁ ୧୧୨ ଓ ବଲାଙ୍ଗିର ଜିଲ୍ଲାରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।