ରାଜ୍ୟରେ ପୁଣି ବଢ଼ିଲା କରୋନା : ଆଉ ୫୮୨ ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର )୦୭.୧୦ .୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୨୯ ହଜାର ୯୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Exit mobile version