ନ୍ୟୁଜ୍
ରାଜ୍ୟରେ କରୋନା ନେଲା ଆଉ ୯ଜୀବନ l


ସତ୍ୟଶିଖା ୧୫ .୦୮.୨୦୨୦ : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ସର୍ବାଧିକ ୨୪୯୬ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ସଂକ୍ରମିତଙ୍କ ସଂଖ୍ୟା ୫୭ ହଜାର ୧୨୬କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩୩୩କୁ ବୃଦ୍ଧି ପାଇଛି ।
ଆଜି ରାଜ୍ୟରେ ୨୯ ଜିଲ୍ଲାରୁ ୨୪ ଶହ ୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ତେବେ ଆଜି ମୃତ୍ୟୁ ବରଣ କରିଥିବା ୯ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସଂମ୍ବଲପୁର ଜିଲ୍ଲାରୁ ୪, କଟକରୁ ୨, ନୟାଗଡ, କେନ୍ଦୁଝର ଏବଂ ଗଂଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।