ସତ୍ୟଶିଖା (ଭୁବନେଶ୍ୱର) ୧୨/୦୧/୨୦୨୧ : ପୁଣେର ସେରମ ଇନଷ୍ଟିଚ୍ୟୁଟରୁ ସାରା ଦେଶକୁ ଟିକାର ପ୍ରଥମ ଦଫା ପଠାଯାଉଥିବାବେଳେ, ଭୁବନେଶ୍ୱର ଅଭିମୁଖେ ମଧ୍ୟ ବାହାରିଛି ଟିକା । ପ୍ରଥମ ଦଫାରେ ଭୁବନେଶ୍ୱରରେ ପହଂଚିବ କୋଭିସିଲ୍ଡ ଟିକାର ୪୦ ହଜାର ୮ଶହ ଡୋଜ୍ । ସ୍ପାଇସଜେଟ୍ ବିମାନରେ ଏହାକୁ ପଠାଇବା ପାଇଁ ବନ୍ଦୋବସ୍ତ କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଅପରାହ୍ନ ୪ଟା ୨୫ରେ ଏହା ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଏହି ଟିକା ଆସିବା ପରେ ରାଜ୍ୟ ଟିକା ସଂଗ୍ରହାଳୟରେ ରଖାଯିବ । ତେବେ ପୁଣେର ସେରମ ଇନଷ୍ଟିଚ୍ୟୁରୁ ଓଡିଶା ଆସୁଥିବା ଟିକାର ଏକ୍ସକ୍ଲୁସିଭ ଫଟୋ କନକ ନ୍ୟୁଜର ହସ୍ତଗତ ହୋଇଛି ।
ସୋମବାର ସଂଧ୍ୟାରେ ଏହି ଟ୍ରକ ପୁନେର ମଂଜରୀ ଫ୍ୟାକ୍ଟ୍ରିରେ ପହଁଚିଥିଲା । ଅକ୍ସଫୋର୍ଡ ଆଷ୍ଟ୍ରାଜେନିକା ତିଆରି କରିଥିବା କୋଭିସିଲଡ୍ ଟିକା ଏଠାରୁ ଟ୍ରକ୍ ଯୋଗେ ପୁଣେ ବିମାନ ବନ୍ଦର ଅଭିମୁଖେ ବାହାରିଛି । ଏଠାରୁ ଏୟାର ଲିଫ୍ଟ କରି ଦେଶର ବିଭିନ୍ନ ଭାଗକୁ ଟିକା ପଠାଯିବ । ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ କରୋନା ଟିକାକରଣ ଆରମ୍ଭ ହେବାକୁ ଥିବାରୁ ଏହା ଆଗରୁ ସୁରକ୍ଷିତ ଭାବେ କରୋନା ଟିକା ପହଁଚାଇବା କାମ ସାରିବାକୁ ଯୋଜନା ରଖିଛି ସିରମ ଇନଷ୍ଟିଚୁଟ୍