

ସତ୍ୟଶିଖା( ଭୁବନେଶ୍ୱର )୨୧.୦୩.୨୦୨୨ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ତଥା କିଶୋର ବର୍ଗର ବୋଲି ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ରୁ ଜଣେ, ବୌଦ୍ଧରୁ ୩ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, କୋରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୪ ଜଣ, ସମ୍ୱଲପୁର ଜିଲ୍ଲାରୁ ଜଣେ ଓ ଷ୍ଟେଟପୁଲରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତନ୍ତ ରାଜ୍ୟରେ ୧୨, ୮୭, ୧୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୪୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।