ସତ୍ୟଶିଖା ୧୪/୧୦/୨୦୨୦ : କଦଳୀ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏଥିରେ ଅନେକ ପୋଷକ ତତ୍ତ୍ବ ମିଳିଥାଏ,ଯାହା ଆମ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏହା ଶରୀରରେ କ୍ଷୁଧା ନିବାରଣ କରିଥାଏ ଏବଂ ଚର୍ବି କମ୍ କରିଥାଏ । କାରଣ ଏଥିରେ ସ୍ୱାସ୍ଥ୍ୟକର ଫ୍ୟାଟ୍ ଥାଏ ଯାହା ଆମ ଶରୀରରେ ଜମିନଥାଏ ଏବଂ ଓଜନ ବଢ଼ାଇଥାଏ କିନ୍ତୁ ମେଦବହୁଳତାକୁ କମ୍ କରିଥାଏ । ବାସ୍ ଏହାକୁ ଖାଇବାର ଠିକ୍ ଉପାୟ ଏବଂ ସମୟ ଜଣାଥିବା ଆବଶ୍ୟକ । ଅଧିକାଂଶ ଲୋକେ ସକାଳେ ଅଫିସ୍ ଯିବା ଜଲଦିରେ ଖାଲି ପେଟରେ କଦଳୀ ଖାଇ ଦେଇଥାନ୍ତି । ବିଶେଷଜ୍ଞଙ୍କ ମତରେ ଖାଲି ପେଟରେ କଦଳୀ ଖାଇବା ଅନୁଚିତ୍ । ଏହା ଦ୍ୱାରା ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ହୋଇଥାଏ । କଦଳୀରେ ପୋଟାସିୟମ୍,ଫାଇବର ଏବଂ ମ୍ୟାଗ୍ନେସିୟମ ଭରପୂର ମାତ୍ରାରେ ଥାଏ କିନ୍ତୁ ଏହା ସହ କଦଳୀ ଏସିଡଯୁକ୍ତ ହୋଇଥାଏ ଏବଂ ବିଶେଷଜ୍ଞମାନେ କହିଥାନ୍ତି ଯେ ଖାଲି ପେଟରେ ଏସିଡଯୁକ୍ତ ଖାଦ୍ୟ ପଦାର୍ଥ ସେବନ କରିବା ଦ୍ୱାରା ପାଚନ ସମ୍ବନ୍ଧୀୟ ସମସ୍ୟା ହୋଇଥାଏ । ଏଥିପାଇଁ ଖାଲି ପେଟରେ ଜମା କଦଳୀ ଖାଆନ୍ତୁ ନାହିଁ ।
ଭୁଲରେ ବି ଖାଲି ପେଟରେ ଖାଆନ୍ତୁ ନାହିଁ କଦଳୀ
