ରାଜ୍ୟ

ପାରିବାରିକ ବିବାଦ ମାମଲା: କଟକ ଫ୍ୟାମିଲି କୋର୍ଟରେ ଅଭିନେତ୍ରୀ ବର୍ଷା

ସତ୍ୟଶିଖା(କଟକ) ୦୫.୦୪.୨୦୨୧:   ଆଜି କଟକ ଫ୍ୟାମିଲି କୋର୍ଟରେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ହାଜର ହୋଇଛନ୍ତି। ସ୍ୱାମୀ ତଥା ସାଂସଦ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ ବର୍ଷା କୋର୍ଟରେ ହାଜର ହୋଇଛନ୍ତି। ଆଜି ଉଭୟଙ୍କୁ ହାଜର ହେବା ପାଇଁ ପରିବାର କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ ବରଂ କଟକରେ ହେବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ ବୋଲି କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

Show More
Back to top button