ରାଜ୍ୟ

ସୁସ୍ଥ ହେଲେ ୨୬୨ ‘କରୋନା’ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର (ସତ୍ୟଶିଖା): ଆଜି ୨୬୨ ଜଣ ‘କରୋନା’ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୬୪୮୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା ୨୬୨ ‘କରୋନା’ ଆକ୍ରାନ୍ତଙ୍କ ଭିତରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୭୩ ଜଣ ଅଛନ୍ତି। ସେହିପରି ଗଜପତିରୁ ୪୯, ଜଗତସିଂହପୁରରୁ ୨୫, ରାୟଗଡ଼ାରୁ ୧୬, କଟକରୁ ୧୫, ବରଗଡ଼ରୁ ୧୪, ଖୋର୍ଦ୍ଧାରୁ ୧୩, ଭଦ୍ରକରୁ ୧୨, ପୁରୀରୁ ୧୨, କେନ୍ଦ୍ରାପଡ଼ାରୁ ୮; ଯାଜପୁର ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ; ଅନୁଗୋଳ, ବାଲେଶ୍ୱର, ନୟାଗଡ଼ ଓ ନବରଙ୍ଗପୁରରୁ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଠିକ୍‌ ସେହିପରି ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ସୁସ୍ଥା ରାଜ୍ୟରେ ୯୫୨୬ ଜଣ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି।  ସେମାନଙ୍କ ଭିତରୁ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୪୮୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୦୪୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ‘କରୋନା’ରୁ ଆରୋଗ୍ୟ ହୋଇ ଅନ୍ୟ ରୋଗ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ



[ad_2]

Show More
Back to top button