ରାଜ୍ୟ ରେ କରନା ରେ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱରେ) ୨୪/୧୧/୨୦୨୦ : ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦ ଅତିକ୍ରମ କରୁଛି । ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାସହ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଛି । ମୃତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୫, ସମ୍ବଲପୁରରୁ ୩, ରାୟଗଡ଼ା, ନୂଆପଡ଼ା, ଜଗତସିଂହପୁର, କଟକ, ଭୁବନେଶ୍ୱର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୫୨୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୬୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୪୨୪୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Exit mobile version