ରାଜ୍ୟ

ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ୧୭୮କୁ ବଢ଼ିଲା ସଂଖ୍ୟା

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲ୍ଲାର। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୮କୁ ବୃଦ୍ଧି ପାଇଛି।

ଏହି ନୂଆ କେସ୍ ସହିତ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୧ ଜଣ ଚିକିତ୍ସାଧୀନ ରହିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ରାଜ୍ୟରେ ବାଲେଶ୍ୱର ଜିଲ୍ଲା ଏବେ ତୃତୀୟ ସ୍ଥାନରେ ରହିଛି। ଯାଜପୁରରେ ସର୍ବାଧିକ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଖୋର୍ଦ୍ଧା। ଏଠାରେ ୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟର ୧୭୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬ ଜଣ ଚିକିତ୍ସାଧୀନ ଥିବା ବେଳେ ୬୦ ଜଣ ସୁସ୍ଥ ହୋଇସାରିଛନ୍ତି। ଦୁଇ ଜଣ ଏଥିରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇସାରିଛନ୍ତି। ଦ୍ୱିତୀୟ ବ୍ୟକ୍ତିଙ୍କ ମୃତ୍ୟୁ ଗତକାଲି ଭୁବନେଶ୍ୱରର କିମ୍‌ସ କୋଭିଡ୍ ହସ୍‌ପିଟାଲ୍‌ରେ ହୋଇଥିଲା।

[ad_2]
Show More
Back to top button