ସତ୍ୟଶିଖା(ଭୁବନେଶ୍ୱର) ୩୧.୧୨.୨୦୨୧:
ମେଷ: ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।
ବୃଷ: ସାମାଜିକ ସ୍ତରରେ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରି ସମ୍ମାନ ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ ।
ମିଥୁନ: ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହୋଇ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ ।
କର୍କଟ: ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ ଓ ବିଦ୍ୟା କ୍ଷେତ୍ରରେ ଶୁଭ ସୂଚନା ଶୁଣିବାକୁ ପାଇବେ ।
ସିଂହ: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ଶତ୍ରୁମାନେ ପରାଜିତ ହୋଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପ୍ରତିଯୋଗୀତାମୂଳକ ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।
କନ୍ୟା: ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତି ହିସାବରେ ସମ୍ମାନ ପାଇବେ । ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନ ହାସଲ ହେବେ ।