ବାସ୍ତୁଶାସ୍ତ୍ରରାଶିଫଳ

ଶୁକ୍ରବାର ରାଶିଫଳ: କେମିତି କଟିବ ଆଜିର ଦିନ

 

ସତ୍ୟଶିଖା( ଭୁବନେଶ୍ୱର )୩୦.୦୯ . ୨୦୨୨:

ମେଷ: ବ୍ୟବସାୟୀମାନେ ଅଧିକ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଜୟୀ ହେବେ ।

ବୃଷ: ସ୍ୱାସ୍ଥ୍ୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ।

ମିଥୁନ: ସହକର୍ମୀମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । ସ୍ୱାସ୍ଥ୍ୟ  ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ।

କର୍କଟ:ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ରହିବେ । ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ।  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନ ଶାନ୍ତ ରହିବ ।

ସିଂହ: ଶିକ୍ଷା କ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

କନ୍ୟା:ଶତ୍ରୁମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ । ନୂତନ ଚାକିରୀ ପାଇଁ ପ୍ରୟାସରତ ଥିଲେ ଭଲ ସମାଚାର ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ଓ ଯାନ୍ତ୍ରିକମାନେ କ୍ଷାତି ଅର୍ଜନ କରିବେ ।

Show More
Back to top button