ଶୁକ୍ରବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ୦୮/୦୧/୨୦୨୧ :
ମେଷ – ଶୁକ୍ରବାର କେନ୍ଦ୍ର ଓ କୋଣ ସ୍ଥାନରେ ଛଅଟି ଗ୍ରହ ଅବସ୍ଥାନ କରିଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ବୃଷ – ଆଜି ଆପଣ ଘର ସକାଶେ ଜମିଜମା ବିଷୟରେ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ଆନୁଷ୍ଠାନିକ କାମରେ କେତେକ ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ମିଥୁନ – ଆପଣ ଯେଉଁ ନିଷ୍ପତ୍ତି ନେବେ ଶେଷ ସମୟରେ ଓଲଟ ପାଲଟ ହୋଇଯିବ । ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମତ ବଦଳାଇ ଅସହଯୋଗ କରିବେ । ମାଲିମୋହଦ୍ଦମାରେ ସ୍ଥିତି ଅନୁକୂଳ ହେବ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୧ ।
କର୍କଟ – କାମ ହାସଲ ପାଇଁ ଆତ୍ମୀୟମାନେ ସମସ୍ୟା ଆଣିପାରନ୍ତି । ଶାରୀରିକ କ୍ଷେତ୍ରରେ ଅଜୀର୍ଣ୍ଣ, ଉଚ୍ଚ ରକ୍ତଚାପ କିମ୍ବା ଡାଇବେଟିସ୍ ବଢିପାରେ । ମହିଳାମାନେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ସିଂହ – ଆଜିର କର୍ମକ୍ଷେତ୍ରରେ ବିବାଦୀୟ ଘଟଣା ଟିକିଏ ଜଟିଳ ହେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ । ପିଲାମାନଙ୍କ କାର୍ଯ୍ୟକଳାପ ନାପସନ୍ଦ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
କନ୍ୟା – ସମ୍ପର୍କୀୟମାନେ ସମସ୍ୟା ସୃଷ୍ଟି କରିପାରନ୍ତି । ଯାନବାହନରେ ସତର୍କ ନ ରହିଲେ ସମସ୍ୟା ଉପୁଜିପାରେ । ସହକର୍ମୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ତୁଳା – କାହାର ମିଠା କଥାରେ ଭାସିଯାଆନ୍ତୁ ନାହିଁ । ଭଲ ସମ୍ପର୍କ ନ ଥିବା ବନ୍ଧୁଙ୍କ ଦ୍ୱାରା କର୍ମକ୍ଷତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ବିଛା – ପରିସ୍ଥିତି ଆକସ୍ମିକ ଭାବରେ ଭିନ୍ନ ମୋଡ ନେବା କାରଣରୁ ସବୁ ସମସ୍ୟା ସୁଧୁରି ଯିବ । ଗତକାଲି ଠାରୁ ଯେଉଁ କାମ କରିବେ ନିଶ୍ଚିତ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଧନୁ – ଆପଣଙ୍କ ଜନହିତକର କାମ ଲୋକପ୍ରିୟତା ବଢାଇବ । କେତେକ ନୂତନ କାମର ପରିକଳ୍ପନା କରିବେ । ଖର୍ଚ୍ଚଭାର ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ମକର – ଯୁକ୍ତିଯୁକ୍ତ କଥା କହି ଅର୍ଥ ଓ ସମ୍ମାନ ଲାଭରେ ସଫଳ ହେବେ । ଅଫିସ୍ ରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ପରିବାରରେ ଛୋଟ କଥାଟିକୁ ବଡ ଆକାରରେ ଚିନ୍ତା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
କୁମ୍ଭ – ପ୍ରତ୍ୟେକ ଦିଗରୁ ଆଜି ଦିନଟି ଭଲ, କିନ୍ତୁ ଜଗି ରଖି କଥାବାର୍ତ୍ତା କରିବା ଭଲ । ପିଲାଙ୍କର କିଛି ସମସ୍ୟା ମନକୁ ବିଚଳିତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯଦ୍ଵାରା କି ପାରିବାରିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ମୀନ – ଶୁକ୍ରବାର କର୍ମକ୍ଷେତ୍ରରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଋଣ ପରିଶୋଧ କରିବା ସକାଶେ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।