ରାଶିଫଳ

ଶୁକ୍ରବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ

ସତ୍ୟଶିଖା ୨୨/୦୧/୨୦୨୧ :

ମେଷ – ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ବୃଷ – ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ମିଥୁନ – ଧନାଧିପତିଙ୍କ ଶୁଭତ୍ୱ କାରନରୁ ଅର୍ଥ ଲାଭ ସହ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

କର୍କଟ – ପରିସ୍ଥିତିକୁ  ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ସିଂହ – ଚତୁର୍ଥସ୍ଥ ଶୁକ୍ରଙ୍କ ଯୋଗୁଁ ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

କନ୍ୟା – କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ତୁଳା – ରାଶ୍ୟାଧିପ ଏକାଦଶ ସ୍ଥାନରେ ରହିଥିବାରୁ କୌଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ବିଛା – ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୩ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

କୁମ୍ଭ  –  ଭୁଲ୍ ବୁଝାମଣା କାରଣରୁ ବିବାଦିୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କ ରହିବା ଭଲ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାର ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ମୀନ – ଆଜି ସ୍ୱନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

Show More
Back to top button