ରାଜ୍ୟ

କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ | Satyasikha

ଭୁବନେଶ୍ୱର(ସତ୍ୟଶିଖା): କରୋନା ଯୋଦ୍ଧାଙ୍କ ସମ୍ମାନରେ ଓଡ଼ିଆ ଲୋକମାନେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏଥିରେ ସବୁ ବୟସର ଓ ସବୁବର୍ଗର ଜନସାଧାରଣଙ୍କ ଯୋଗଦାନ କୋଭିଡ୍ ବିରୁୂଦ୍ଧରେ ସଂଗ୍ରାମକୁ ଆହୁରି ଦୃଢ଼ କରିବା ସହ ନୈତିକ ଶକ୍ତି ଯୋଗାଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିବେଦନକ୍ରମେ ଆଜି ସନ୍ଧ୍ୟାରେ ସମଗ୍ର ଓଡ଼ିଶାବାସୀ ଓ ବିଶ୍ୱର କୋଣ ଅନୁକୋଣରେ ରହୁଥିବା ଓଡ଼ିଆମାନେ ଏକାସଙ୍ଗେ ‘ବନ୍ଦେ ଉତ୍କଳ ଜନନୀ’ ଗୀତ ଗାନ କରିଥିଲେ।

ଆହୁରି ପଢ଼ନ୍ତୁ

ସମସ୍ତ ରାଜନୀତିକ ଦଳ ଏହି ଉଦ୍ୟମକୁ ଅକୁଣ୍ଠ ସମର୍ଥନ ଯୋଗାଇଥିବାରୁ ମୁଖ୍ୟମନ୍ତ୍ରୀ ସେଥିପାଇଁ କୃତଜ୍ଞତା ଜଣାଇଛନ୍ତି। ଓଡ଼ିଶା ମାଟିର ଗୌରବ ବୃଦ୍ଧି ସହିତ ଓଡ଼ିଆ ଜାତିର ସମ୍ମାନକୁ ଶିଖରରେ ପହଂଚାଇବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।

[ad_2]
Show More
Back to top button