୫ ଦିନ ଘଟଗାଁ ତାରିଣୀ ଦର୍ଶନ ବନ୍ଦ

ସତ୍ୟଶିଖା(ଭୁବନେଶ୍ୱର ) ୨୧.୧୨.୨୦୨୧:   ସମ୍ଭାବ୍ୟ ଭିଡ ଆଶଙ୍କାରେ ଘଟଗାଁ ତାରିଣୀ ମନ୍ଦିରରେ କଟକଣା ଲଗାଯାଇଛି । ଡିସେମ୍ବର ୨୫, ୨୬,୩୧, ଜାନୁୟାରୀ ୧ ଓ ୨ରେ ଦର୍ଶନ ବନ୍ଦ ରହିବ । ୫ ଦିନ ମନ୍ଦିର ବନ୍ଦ ରହିବା ନେଇ ଟ୍ରଷ୍ଟ ବୋର୍ଡ ସଭାପତି ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୭୨ ଜଣ, ମୟୂରଭଞ୍ଜରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୩ ହଜାର ୧୬୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୮୭୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୭୯୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Exit mobile version