ନ୍ୟୁଜ୍ରାଜ୍ୟ

ପାର୍ବଣ ଆସୁଛି , କମିଲା ସୁନା ଦର

ସତ୍ୟଶିଖା( ଭୁବନେଶ୍ୱର )୦୩.୦୯ . ୨୦୨୨:  ଆଜି କମିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬, ୪୦୦ ଟଙ୍କା ଓ ୫୦, ୬୨୦ ଟଙ୍କା ହୋଇଛି। ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୫୦୦ କୁ ଖସି ଆସିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧, ୨୭୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୫୦୦ ଟଙ୍କା ଓ ୫୧, ୭୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭, ୭୦୦ ଟଙ୍କା ଓ ୫୦, ୯୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୧,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୫୦୦ ଟଙ୍କା ଓ ୫୧, ୩୮୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୮୦୦ ଟଙ୍କା କମି ୫୧, ୬୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Show More
Back to top button