

ସତ୍ୟଶିଖା (ଭୁବନେଶ୍ୱର) ୧୭ .୦୩.୨୦୨୧: ଲଗାତାର ୫ ଦିନ ପାଇଁ ଗୃହରେ ସମାନ ସ୍ଥିତି । ବିଧାନସଭାରେ ଉଭୟ ଶାସକ-ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ଦିନ ୧୨ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ଗୃହର ମଧ୍ୟଭାଗରେ ଜୋରଦାର ହଟ୍ଟଗୋଳ କରିଥିବା ବେଳେ ଆତ୍ମହତ୍ୟା ଉଦ୍ୟମ ପାଇଁ ସୁବାସ ପାଣିଗ୍ରାହୀ କ୍ଷମା ମାଗନ୍ତୁ ବୋଲି ଦାବି କରି ଗୃହରେ ନାରାବାଜି କରିଛନ୍ତି ଶାସକ ଦଳର ବିଧାୟକ । ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଯୋଗୁଁ ଲଗାତାର ୫ ଦିନ ପାଇଁ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇପାରୁନି ।