ରାଜ୍ୟପାଳ ଗଣେଶୀ ଲାଲଙ୍କ ପତ୍ନୀ ଆମ ଗହଣରେ ଆଉ ନାହାନ୍ତି

ସତ୍ୟଶିଖା (ଭୁବନେଶ୍ୱର) ୨୩/୧୧/୨୦୨୦ : ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ଘଟିଛି । ରବିବାର ରାତ୍ରରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ସୁଶିଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ, ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ । ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟାଗରେ ଶୋକ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ। ଅମର ଆତ୍ମାର ସଦଗତି କାମନା କରୁଛି ।